ସନଷ୍ଟାର ଟିଭି ବ୍ୟୁରୋ
ପୁରୀ: କରୋନା ମହାମାରୀ ସମୟରେ ସଂକ୍ରମଣରେ ରୋକ ଲଗାଇବା ରଥଯାତ୍ରାରେ ନିୟୋଜିତ ସମସ୍ତ ସେବାୟତଙ୍କ ଚାରି ଥର ହେବ କୋଭିଡ୍ ଟେଷ୍ଟ୍ । ତେବେ ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି । ଆଜି ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସ୍ନାନପୂର୍ଣ୍ଣିମା, ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରା, ବାହୁଡା ଯାତ୍ରା ଓ ନିଳାଦ୍ରୀ ବିଜେର ୧୫ ଦିନ ପରେ କୋଭିଡ୍ ଟେଷ୍ଟ କରାଯିବ ବୋଲି ନିଷ୍ପତି ନିଆଯାଇଛି । ୪୮ ଘଣ୍ଟା ପୂର୍ବରୁ ସମସ୍ତଙ୍କର RTPCR ଟେଷ୍ଟ କରାଯିବାକୁ ନିଷ୍ପତ୍ତି ହୋଇଛି । ସଂପୃକ୍ତ ସମସ୍ତ ସେବାୟତ ଓ ଅଧିକାରୀଙ୍କୁ ଯଥାଶୀଘ୍ର ଟିକାକରଣ କରିବା ଉପରେ ଫୋକସ୍ କରାଯାଇଛି । ଏହି ସବୁର ତଦାରଖ ପାଇଁ ଜଣେ ନୋଡାଲ ଅଧିକାରୀ ନିୟୋଜିତ ହେବେ ବୋଲି ବୈଠକରେ ନିଷ୍ପତି ନିଆଯାଇଛି ।