ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାର ୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୬୩୪ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି |
ତେବେ ସବୁଦିନ ପରି ଆଜି ମଧ୍ଯ ଖୋର୍ଦ୍ଧାରୁ ସର୍ବାଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି ।ଖୋର୍ଦ୍ଧାରୁ ୬୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୭୫, ବାଲେଶ୍ୱରରୁ ୨୨୦, ବରଗଡରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗୀରରୁ ୨୮,ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦ ଚିହ୍ନଟ ହୋଇଛନ୍ତି |
ଯାଜପୁରରୁ ୩୪୬, ଝାରସୁଗୁଡାରୁ ୧୯,କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୧୪୫, କେଉଁଝରରୁ ୮୧, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୧୫୯,ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୁଆପଡାରୁ ୩୧, ପୁରୀରୁ ୨୦୦, ରାୟଗଡାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬,ସୁନ୍ଦରଗଡରୁ ୧୧୯ ଓ ଷ୍ଟେଟ୍ ପୁଲରୁ ୯୫ଜଣ ଚିହ୍ନଟ ହୋଇଛନ୍ତି |