ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ଆସନ୍ତାକାଲିଠୁ କ୍ୟାମ୍ପେନ ମୋଡ଼ରେ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ ପ୍ରକ୍ରିୟା । ଆସନ୍ତାକାଲି ରାଜ୍ୟର ସମସ୍ତ ବ୍ଲକ ଓ ମୁନିସପାଲିଟରେ କ୍ୟାମ୍ପେନ ମୋଡ଼ରେ ହେବ ଟିକାକରଣ ।କେନ୍ଦ୍ର ସରକାରଙ୍କ ନୂତନ ଟିକା ନୀତି ଅନୁଯାୟୀ ଏହି ଟିକାକରଣ ହେବ । ପ୍ରତ୍ୟେକ ଦିନ ପ୍ରାୟ ୩ ଲକ୍ଷ ଟିକାକରଣ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର। ଉଭୟ ରାଜ୍ୟ ଆଣିଥିବା ଓ କେନ୍ଦ୍ର ସରକାର ଯୋଗାଇ ଟିକା ଲୋକମାନଙ୍କୁ ଦିଆଯିବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟରେ ପ୍ରତ୍ୟେକ ବ୍ଲକରେ ୫ଟି ସେସନ, ଏନଏସସିରେ ୫ଟି ଲେଖାଏଁ ସେସନ, ପୌର ପରିଷଦରେ ୧୦ଟି ଓ ମହାନଗର ନିଗମରେ ୨୦ଟି ସେସନ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଉଭୟ ଅନଲାଇନ ଓ ଅଫଲାଇନ ଟିକାକରଣ ପାଇଁ ଜିଲ୍ଲା ସ୍ତରରେ ଯୋଜନା କରାଯିବ। ସଠିକ୍ ସମୟରେ ଦ୍ୱିତୀୟ ଡୋଜ ଦିଆଯିବା ଉପରେ ଗୁରୁତ୍ୱ ଦେବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦେଶ ଦେଇଛନ୍ତି ।