ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମମ ହ୍ରାସ ପାଇବାରେ ଲାଗିଛି ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୩୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୨୯୩ ଜଣ ସ୍ଥାନୀୟ ପଜିଟିଭ ଅଟନ୍ତି ।
ତେବେ ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଥିଲେ ମଧ୍ୟ ବିଗତ ଦିନଗୁଡିକ ଅପେକ୍ଷା ଆଜି ଖୋର୍ଦ୍ଧାରେ କମ୍ ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।ଖୋର୍ଦ୍ଧା ଜିଲ୍ଲାକୁ ୩୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୨୧ ଜଣ, ବାଲେଶ୍ୱରରୁ ୨୯୦ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୧୩୫ ଜଣ, ବଲାଙ୍ଗୀରରୁ ୩୦ ଜଣ, ବୌଦ୍ଧରୁ ୪୦ ଜଣ, କଟକରୁ ୨୯୫ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୯୦ ଜଣ, ଗଜପତିରୁ ୨୫ ଜଣ, ଗଞ୍ଜାମରୁ ୨୬ ଜଣ, ଜଗତସିଂହପୁରରୁ ୧୦୭ ଜଣ, ଯାଜପୁରରୁ ୨୨୬ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡିରୁ ୩୯ ଜଣ, କନ୍ଧମାଳରୁ ୩୮ ଜଣ, କେନ୍ଦ୍ରାପଡ଼ାରୁ ୧୧୮ ଜଣ, କେନ୍ଦୁଝରରୁ ୬୮ ଜଣ, କୋରାପୁଟରୁ ୬୮ ଜଣ, ମାଲକାନଗିରିରୁ ୪୩ ଜଣ, ମୟୁରଭଞ୍ଜରୁ ୧୬୭ ଜଣ, ନବରଙ୍ଗପୁରରୁ ୬୩ ଜଣ, ନୟାଗଡ଼ରୁ ୧୪୦ ଜଣ, ନୂଆପଡ଼ାରୁ ୨୦ ଜଣ, ପୁରୀରୁ ୧୮୦ ଜଣ, ରାୟଗଡ଼ାରୁ ୪୪ ଜଣ, ସମ୍ୱଲପୁରରୁ ୩୦ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୮୦ ଓ ଷ୍ଟେଟ ପୁଲରୁ ୭୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।