ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ରାଜ୍ୟର ୧୨ ଜିଲ୍ଲାରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଥିବା ଏକ ଟ୍ରପ୍ଲାଇନ୍ ପ୍ରଭାବରେ ଏହି ବର୍ଷା ହୋଇପାରେ ।
ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୧୨ ଜିଲ୍ଲା ହେଲା- ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ।