ସନଷ୍ଟାର ଟିଭି ବ୍ୟୁରୋ
ପୁରୀ : ଦୁଇ ଦିନ ପରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏହି ଅବସରରେ କରୋନା ମହାମାରୀକୁ ଦୃଷ୍ଟିରେ ରଖି ପୁରୀରେ ଜନଗହଳି କୁ ଏଡ଼ାଇବା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଜିଲ୍ଲା ପ୍ରଶାସନ ସୂଚନା ମୁତାବକ, ଏହି କଟକଣା ଜୁନ ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଦିନ ୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ ଅନ୍ୟ କାହାରିକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ। ଆଦେଶର ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ଚେତବନୀ ଦିଆଯାଇଛି ।