ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଗୋଟିଏ ଦିନ କମିଲେ ପର ଦିନ ପୁଣି ବଢିଯାଉଛି ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଅଧିକ ଚିନ୍ତାର କାରଣ ସାଜିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୪୦ ଉପରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ଼, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ, କଟକ, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ, ଢ଼େଙ୍କାନାଳରୁ ୨ ଜଣ ଲେଖାଏଁ, ସମ୍ବଲପୁର, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।