ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ ପରିଲକ୍ଷିତ ହେଉଥିଲେ ମଧ୍ୟ ମୃତ୍ୟୁରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ୪୮ ଜଣଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ଏଥିସହିତ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, ବୌଦ୍ଧ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।