ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଉପର ତଳ ହେଉଥିଲେ ମଧ୍ୟ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ କୌଣସି ପରିବର୍ତ୍ତନ ହେଉନାହିଁ । ଯାହା ଅଧିକ ଚିନ୍ତାର କାରଣ ସାଜିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି ୪୫ । ଏହା ସହ କରୋନା ସଂଖ୍ୟା ୪୦୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୁଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି ।