ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର: ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୭ତାରିଖରୁ ବର୍ଷା ବଢିବ ବୋଲି ପାଣିପାଗବିତ୍ ଆକଳନ କରିଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଢେଙ୍କାନାଳ, ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଉପରୋକ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିବା ସହ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଅପରପକ୍ଷରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ଆଶଙ୍କା କରାଯାଇଛି।