ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ ସ୍( AIIMS) ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି କେନ୍ଦ୍ର ରେ ଜଣେ ଷ୍ଟେସନ ଅଧିକାରୀ ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ। ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି। AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ କଟକ ବଡ ମେଡିକାଲ, ବହ୍ମପୁର (ଏମ୍ କେ ସି ଜି) ମେଡିକାଲ ଏବଂ ଭୀମସାର ର୍ବୁଲା ରେ ଗୋଟିଏ ଗୋଟିଏ ଲେଖାଏଁ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ବର୍ତ୍ତମାନ ସାରା ରାଜ୍ୟରେ 338ଟି ଅଗ୍ନିଶମ ସେବା କେନ୍ଦ୍ର କାର୍ଯ୍ୟକାରୀ ହେଉଛି। ଯାହାକି ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଇଆସୁଛି।