ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଜି ଠାରୁ ସବୁ କର୍ମଚାରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମଙ୍ଗଳବାରଠାରୁ ସମସ୍ତ ଟିଚିଙ୍ଗ ଓ ନନଟିଚିଙ୍ଗ କର୍ମଚାରୀ କାମରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କରୋନା ମହାମାରୀ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବାବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ କାମ କରାଯାଉଥିଲା। ହେଲେ ଆଜି ଠାରୁ ଏହି ନିୟମରେ ପରିବର୍ତ୍ତନ କରାଯାଇଛି। ସମସ୍ତ କର୍ମଚାରୀ କାର୍ଯ୍ୟରେ ଯୋଗଦେବାକୁ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତି ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି।