ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଉପର ତଳ ରହି ଚିନ୍ତାର କାରଣ ସାଜିଥିବା ବେଳେ ଅଧିକ ଚିନ୍ତାର କାରଣ ସାଜିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୮୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୧ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ରାଜ୍ୟରେ ଗୋଟିଏ ଦିନରେ କେବେ ଏତେ ସଂଖ୍ୟାରେ କରୋନା ମୃତ୍ୟୁ ହୋଇନଥିଲା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଳ୍ଲାରୁ ସର୍ବାଧିକ ୧୧ ଜଣ ଥିବା ବେଳେ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ, ସମ୍ବଲପୁର ଓ ସୁନ୍ଦରଗଡରୁ ୫ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, କଟକ, ଢେଙ୍କାନାଳ ଓ ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।