ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ରାଜ୍ୟରେ ବଙ୍ଗୋସାଗରରେ ସୃଷ୍ଟି ହୋଇଥିବା ଟ୍ରପ ଲାଇନ୍ ସକ୍ରିୟ ଅଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କାଲି ସକାଳ ସୁଦ୍ଧା ଏହି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି ।
୧୯ ଜିଲ୍ଲା ମଧ୍ୟରୁ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲାଗୁଡିକ ମଧ୍ୟରେ ରହିଛି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ। ସେହିପରି ଅନ୍ୟ ୧୪ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୧୪ ଟି ଜିଲ୍ଲାଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ।