ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଦେଶରେ ପେଟ୍ରୋଲ, ଡିଜେଲ୍ ଠାରୁ ଖାଇବା ତେଲ ଦର ମଧ୍ୟ ବଢି ବଢି ଚାଲିଛି । ତେବେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ପେଟ୍ରୋଲ ଦର 100 ଟପିଲାଣି । ଯାହାକୁ ପ୍ରତିବାଦ୍ କରିବା ପାଇଁ ବାମ ଦଳ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଆସନ୍ତା 15 ରେ ସାରା ଓଡ଼ିଶା ବନ୍ଦ ରହିବ । ସକାଳ 6ଟାରୁ ଦିନ 12ଟା ଯାଏଁ 6 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବାମ ଦଳ । ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା। ବାମପନ୍ଥୀ ସଂଗଠନ ସିପିଆଇ, ସିପିଏମ୍, AITUC, BKMU ଓ AIKS ସଂଗଠନ ପକ୍ଷରୁ ମିଳିତ ଭାବେ ଏହି ବନ୍ଦ ଡାକରା ଦିଆଯାଇଛି। ତୈଳଦର ସହ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିର ପ୍ରତିବାଦ କରି ବାମ ଦଳ ଏହି ବନ୍ଦ ଡାକରା ଆହ୍ୱାନ ଦେଇଛି । ଦରବୃଦ୍ଧି କମାଇବାକୁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛି ସଂଗଠନ ।