ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ଵର:ରାଜ୍ୟରେ କରୋନ ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ରେ କୌଣସି ପରିବର୍ତ୍ତନ ଦେଖାଯାଉନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କର କରୋନା ଯୋଗୁ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୫ ହଜାର ୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୧୩ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୪୧ ହଜାର ୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି।