ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହା ମିଶାଇ କିଛି ଦିନ ହେବ କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉ ନାହିଁ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୧୨ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧ ଜିଲ୍ଲାରୁ ସର୍ବାଧିକ ୨୬ ଜଣ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରୁ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୭ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮ ହଜାର ୯୧୪ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୪୩ ହଜାର ୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୫୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି।