ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର: ରାଜ୍ୟରେ କରୋନ ସଂକ୍ରମଣ କମିଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୬୩୪ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୁନ୍ଦରଗଡ଼଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଅନୁଗୁଳ ଓ କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୦ ହଜାର ୮୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୭ ହଜାର ୭୪୬ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୪୭ ହଜାର ୩୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୬୪୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୭୧୯୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି।