ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୭୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
୨୨ଟି ଜିଲ୍ଲାରୁ ୬୫ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ,ବରଗଡ଼ ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର ଓ ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୪ ହଜାର ୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୭ ହଜାର ୨୬୨ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୫୧ ହଜାର ୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୭୬୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୮୭୪୫୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି।