ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ବର: ଆଜି ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର କୋଭିଡ ସ୍ଥିତି ଓ ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କରିପାରନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ କୋରୋନା ତୃତୀୟ ଲହରକୁ ନେଇ ମଧ୍ୟ ସତର୍କତା ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ସୂଚନା ଦେବାର ସମ୍ଭାବନା ରହିଛି ।