ସନଷ୍ଟାର ଟିଭି ବ୍ୟୁରୋ

ସୁନ୍ଦରଗଡ:ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫-ଟି ସଚିବ ଭି.କେ ପାଣ୍ଡିଆନ ସୁନ୍ଦରଗଡ ଗସ୍ତ କରି ବିଭିନ୍ନ ମେଗା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟ ସଚିବ ଓ ୫-ଟି ସଚିବଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଏନଏଚଆରଏମ୍ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ନିର୍ମାଣାଧିନ ପ୍ରକଳ୍ପ ସ୍ଥଳ ଓ ଏନଟିପିସି ମେଡିକାଲ ପରିଦର୍ଶନ କରିଛନ୍ତି।