ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୦୭,୧୧୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୫୪ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୫୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୭ ଜଣ ପଜିଟିଭ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୪୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୦୭,୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୫୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯,୯୧,୬୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୦୧୨୩୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।