ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର : ପାର୍ବଣ ମାସ ପାଇଁ ଆସିଲା ନୂଆଁ ଗାଇଡଲାଇନ। ନୂଆ ଗାଇଡଲାଇନ୍ ନେଇ ପ୍ରେସବାର୍ତ୍ତା ଜରିଆରେ ସୂଚନା ଜାରି କରିଛନ୍ତି ଏସ୍ଆରସି ପ୍ରଦୀପ ଜେନା । କରୋନା ସଂକ୍ରମଣକୁ ରୋକିବା ଦିଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ସଫଳ ହୋଇଛନ୍ତି ।
ନୂଆ ଗାଇଡଲାଇନ୍ ଅନୁଯାୟୀ ସେପ୍ଟେମ୍ବର ୧ ତାରିଖରୁ ଅକ୍ଟୋବର ୧ ତାରିଖ ଯାଏଁ କୋଭିଡ୍ ନିୟମ ବଳବତ୍ତର ରହିବ । ରାଜ୍ୟର ୩ ସହରରେ ଲାଗୁ ହୋଇଥିବା ସପ୍ତାହାନ୍ତ ସଟ୍ଡାଉନ୍କୁ ହଟାଯାଇଛି । ଏଣିକି କୌଣସି ସହରାଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ସପ୍ତାହାନ୍ତ ସଟ୍ଡାଉନ୍ ଲାଗୁହେବ ନାହିଁ । ବିବାହ କାର୍ଯ୍ୟରେ ଏଣିତି ୨୫୦ ଜଣ ଉପସ୍ଥିତ ରହିପାରିବେ । ଏହା ସହିତ ସୁଦ୍ଧିକ୍ରିୟାରେ ମଧ୍ୟ ୨୫୦ ଜଣ ରହିବା ନେଇ ଗାଇଡଲାଇନ୍ ଜାରି କରିଛନ୍ତି ଏସ୍ଆର୍ସି ପ୍ରଦୀପ ଜେନା ।
ସେପ୍ଟେମ୍ବର ଗାଇଡଲାଇନ୍ ଅନୁଯାୟୀ ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ୍କର୍ଫ୍ୟୁ ଜାରି ରହିବ । କେବଳ ଜରୁରୀ ସେବା ବ୍ୟତିତ ସାଧାରଣ ଯାଆସ ଉପରେ କଟକଣା ବଳବତ୍ତର ରହି । ପୂର୍ଣ୍ଣ କ୍ଷମତାରେ ଚାଲିପାରିବ ସିନେମା ହଲ । ରେଷ୍ଟୁରାଣ୍ଟ, ମଲ, ସିନେମା ହଲ, ଧାର୍ମିକ ସ୍ଥଳୀ କରୋନା କଟକଣା ମାନି ପୂର୍ବଭଳି ଜାରି ରହିବ । କିନ୍ତୁ ଆବଶ୍ୟକ ରହିବ ନାହିଁ କରୋନ ପ୍ରମାଣ ପତ୍ର। ତେବେ ଯଦି କୌଣସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧିପାଏ ତେବେ ସ୍ଥାନୀୟ ପ୍ରଶାସନ ଚାହିଁଲେ ସାନି କଟକଣା ଲାଗୁ କରିପାରିବେ ।