ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ହଟିଲା ଲକଡାଉନ। ଅନଲକ ହେଲା ଓଡିଶା। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୧୯ ନୂଆ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୨୫ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୪୬୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନଗୁଳ ଜିଲ୍ଲାରୁ ୧୮ ଜଣ, ବାଲେଶ୍ଵରରୁ ୪୩ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୧୯ ଜଣ, ବଲାଙ୍ଗିରରୁ ୩ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୮୯ ଜଣ, ଦେଓଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୧୪, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ, ଷ୍ଟେଟପୁଲ୍ରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୮ ହଜାର ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୧୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୯୩ ହଜାର ୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୧୩୪୨୮୮ସାମ୍ପୁଲ ଟେଷ୍ଟ୍ ହୋଇଛି।