ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୬୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୧୬୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୫୪ କ୍ୱାରେଣ୍ଟାଇନ୍ରୁ ସେଣ୍ଟରରୁ ହୋଇଥିବା ବେଳେ ୨୫୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀରରୁ ୪ ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩୧ଜଣ, କଟକ ଜିଲ୍ଲାରୁ ୧୧୩ଜଣ, ଦେବଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨୦ଜଣ ,ଢେଙ୍କାନାଳ ଜିଲ୍ଲାରୁ ୮ଜଣ, , ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୮ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ରାୟଗଡ଼ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୪୫ଜଣ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।