ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ସଦୃଶ ପୂର୍ବକେନ୍ଦ୍ରୀୟ ତଥା ତତସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଶନିବାର ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହେବା ସହ ଏହା ଏବେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରୁଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି ।
୧୨ ତାରିଖରେ ଅତି ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି ହୋଇଛି ଜିଲ୍ଲାଗୁଡ଼ିକ ହେଲା ପୁରୀ ,ଖୋର୍ଦ୍ଧା , କଟକ , ଜଗତସିଂହପୁର , କେନ୍ଦ୍ରାପଡ଼ା , ଢେଙ୍କାନାଳ , ଯାଜପୁର ଓ ଭଦ୍ରକ ।
ସେହିଭଳି ଗଞ୍ଜାମ , ବାଲେଶ୍ବର , ନୟାଗଡ଼ , ଅନୁଗୁଳ , ବୌଦ୍ଧ , ସମ୍ବଲପୁର , ସୋନପୁର , ବଲାଙ୍ଗିର ଓ ମୟୁରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଙ୍ଗ । ଆଗାମୀ ୧୩ ତାରିଖରେ ଅତି ପ୍ରବଳ ବର୍ଷା ନେଇ ଅନୁଗୁଳ , ଦେବଗଡ଼ , କେନ୍ଦୁଝର ଝାରସୁଗୁଡ଼ା , ସମ୍ବଲପୁର , ସୁନ୍ଦରଗଡ଼ ବରଗଡ଼ , ବଲାଙ୍ଗିର ଓ ସୋନପୁର ଜିଲ୍ଲାକୁଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ତଳିଆ ଅଞ୍ଚଳର ଚାଷ ଜମି ଜଳମଗ୍ନ ହେବା ସହ ମାଟି ରାସ୍ତା କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି । କଳାହାଣ୍ଡି , କନ୍ଧମାଳ , ବୌଦ୍ଧ , ନୂଆପଡ଼ା , କଟକ , ଯାଜପୁର , ଢେଙ୍କାନାଳ , ମୟୂରଭଞ୍ଜ , ଭଦ୍ରକ , ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଦିଆଯାଇଛି ।
ସେହିପରି ୧୪ ତାରିଖରେ ପ୍ରବଳ ବର୍ଷା ନେଇ ବରଗଡ଼ , ଝାରସୁଗୁଡ଼ା , ସୁନ୍ଦରଗଡ଼ , ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଲଘୁଚାପ ପାଇଁ ୧୨ରୁ ୧୫ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ । ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀ ୧୧ ତାରିଖ ସନ୍ଧ୍ୟା ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି । ଉତ୍ତର ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ସହ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି । ଝଟକା ପବନ ବେଗ ୬୦ରୁ ୬୫ କିମି ରହିବା ଯାଏଁ ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।