ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୯୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୯୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ୍ ପୁଲ୍ରୁ ୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୭୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୫୫୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୧୯୩୭୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ,