ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନ ରେ କରାଯିବ ବୋଲି ଜଣାଯାଇଛି । ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା।ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା। ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ମନୋରମା ମହାପାତ୍ର ଦୀର୍ଘସମୟ ଧରି ‘ସମାଜ’ର ସମ୍ପାଦିକାର କାର୍ଯ୍ୟଭାର ସମ୍ଭାଳିଥିଲେ।