ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର : ପାଣିପାଗ ବିଶେଷଜ୍ଞଙ୍କ ପୂର୍ବାନୁମାନ ଅନୁଯାୟୀ ମିଆଁମାର ଉପକୂଳ ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ବେଳକୁ ଉତ୍ତର ପୂର୍ବ ଓ ସଂଲଗ୍ନ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୪୮ ଘଣ୍ଟା ଅର୍ଥାତ୍ ୨୬ ତାରିଖ ରାତି ବେଳକୁ ଏହା ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ପ୍ରଭାବରେ ୨୫ ତାରିଖଠାରୁ ଓଡ଼ିଶାରେ ବର୍ଷା ପରିମାଣ ପୁଣିଥରେ ବୃଦ୍ଧି ପାଇବା ୨୬ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବାନୁଯାୟୀ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଝାଡ଼ଖଣ୍ଡର ଦକ୍ଷିଣ ପୂର୍ବ ଅଞ୍ଚଳରେ ସକ୍ରିୟ ରହିଛି । ଏହାଦ୍ବାରା ଗୁରୁବାର ସକାଳ ପର୍ଯ୍ୟନ୍ତ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ । ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ୨୩ ଓ ୨୪ ତାରିଖରେ ସେଭଳି ବର୍ଷାର ସମ୍ଭାବନା ନାହିଁ । ତେବେ ୨୫ରୁ ପୁଣିଥରେ ବର୍ଷା ବଢ଼ିବ । ଉପକୂଳ ଜିଲ୍ଲାରେ ବିଜୁଳି , ଘଡ଼ଘଡ଼ି ସହ ବର୍ଷା ହେବ ୨୬ ତାରିଖରେ ଉପକୂଳ ଜିଲ୍ଲାଗୁଡ଼ିକ ସମେତ ଉତ୍ତର , ଅଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।