ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ବର: ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ କ୍ଷେତ୍ରଟି ବର୍ତ୍ତମାନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୫ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ , ୨୫ ତାରିଖରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ରାତିରୁ ବର୍ଷା ବଢ଼ି ୨୬ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇବ ପୁରୀ , ଗଞ୍ଜାମ , ଗଜପତି , ମାଲକାନଗିରି ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ଲଘୁଚାପ ପ୍ରଭାବରେ ୨୫ ତାରିଖ ରାତିରୁ ଦକ୍ଷିଣ ଓଡ଼ିଶା ଏବଂ ୨୬ ତାରିଖ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ୨୮ ସନ୍ଧ୍ୟା ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ରହିବ । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ କମ ରହିବ ।