ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ବଙ୍ଗୋପସାଗରରେ ୨୯ ତାରିଖ ଓ ଅକ୍ଟୋବର ତାରିଖରେ ଦୁଇଟି ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଆସନ୍ତା ୨ ସପ୍ତାହ ରାଜ୍ୟରେ ବର୍ଷା ଜାରି ରହିବ । ଉପକୂଳରେ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅକ୍ଟୋବର ୫ତାରିଖ ପର୍ଯ୍ୟନ୍ତ ସ୍ବଳ୍ପରୁ ମଧ୍ୟମଧରଣର ହୋଇପାରେ। ଉପକୂଳରେ ଉତ୍ତର ଅକ୍ଟୋବର ୧ରୁ ୩ ତାରିଖ ପର୍ଯ୍ୟନ୍ତ ମଧ୍ୟମ ବର୍ଷା ସ୍ଥାନେସ୍ଥାନେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଅକ୍ଟୋବର ୩ ତାରିଖରେ ପଶ୍ଚିମ ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହେବାକୁ ଯାଉଥିବା ଏକ ସିଷ୍ଟମ୍ ୫ ତାରିଖରେ ଫିଲିପାଇନ୍ସ ଓ ତାରିଖରେ ଦକ୍ଷିଣ ଚୀନ୍ ସାଗର ଦେଇ ୭ ତାରିଖରେ ମିଆଁମାର୍ ଉପକୂଳ ଓ ୮ ତାରିଖରେ ପୂର୍ବ – କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚି ୯ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଧ୍ୟ ରାଜ୍ୟରେ ଭଲ ବର୍ଷା ହୋଇପାରେ ।
ଅନ୍ୟପକ୍ଷରେ ରାଜ୍ୟରେ ଏବେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତାକାଲି କେନ୍ଦୁଝର , ମୟୂରଭଞ୍ଜ , ଢେଙ୍କାନାଳ , ବାଲେଶ୍ୱର ଭଦ୍ରକ , ଯାଜପୁର , କେନ୍ଦ୍ରାପଡ଼ା , କଟକ ଜଗତସିଂହପୁର ଆଦି ଜିଲ୍ଲାରେ ବିଜୁଳି , ଘଡ଼ଘଡ଼ି ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି ହୋଇଛି । ସେହିପରି ୨୯ ତାରିଖରେ ବାଲେଶ୍ବର ମୟୂରଭଞ୍ଜ , କେନ୍ଦୁଝର , ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳ ବର୍ଷା ହେବ । ବାଲେଶ୍ବର , ଭଦ୍ରକ ,ଯାଜପୁର , କେନ୍ଦ୍ରାପଡ଼ା , କଟକ , ଜଗତସିଂହପୁର ଖୋର୍ଦ୍ଧା , ପୁରୀ ଅନୁଗୁଳ , ଢେଙ୍କାନାଳ , କେନ୍ଦୁଝର ମୟୂରଭଞ୍ଜ , ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି , ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେଣୁ ଏସବୁ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।