ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଭୁବନେଶ୍ୱର: ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ପଜିଟିଭ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ,ଗଜପତିରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, ମାଲକାନଗିରି ରୁ ଜଣେ,ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ,ପୁରୀ ଜିଲ୍ଲାରୁ ୧୪ଜଣ,ସମ୍ବଲପୁର ଜିଲ୍ଲାରୁ ୧୨ଜଣ,ସୋନପୁର ରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ୍ ପୁଲ୍ରୁ ୪୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୭୪୩୧ଜଣ ହୋଇଥିବା ବେଳେ ୧୦୧୩୮୩୩ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୨୦୧୦୩୪୯୬ସାମ୍ପୁଲ ଟେଷ୍ଟ୍ ହୋଇଛି।