ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅକ୍ଟୋବର ୨ ତାରିଖ ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସାମାଜିକ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତେଣୁ ଆଜି ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପରିସର ରେ ବିଜେଡି ପକ୍ଷରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳ ଏବଂ ଯୁବ ଓ ଛାତ୍ର ଜନତା ଦଳର ସଦସ୍ୟ ମାନଙ୍କ ପକ୍ଷରୁ ଚିକିତ୍ସାଳୟର ପରିସର ପରିଷ୍କାର ପରିଚ୍ଛନ୍ନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ବିଧାୟକ ମନ୍ତ୍ରୀ ଅଶୋକ ପଣ୍ଡା , ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ ଚାନ୍ଦବାଲି ଡ. ବ୍ୟୋମକେଶ ରାୟ , ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ-ଛାତ୍ର ବ୍ୟାପାର) ତଥା ବିଧାୟକ ଧର୍ମଶାଳା ପ୍ରଣବ କୁମାର ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ଥିଲେ।
ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳର ପ୍ରତ୍ୟେକ ଯୁବକ ଏବଂ ଛାତ୍ରମାନେ ସେବାବ୍ରତୀ ହୋଇ ଏହି ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ସମାଜର ପ୍ରତ୍ୟେକ ବ୍ୟକ୍ତି ବିଶେଷ ଙ୍କୁ ସାହାଯ୍ୟ କରିବାକୁ ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଦସ୍ୟ ମାନଙ୍କ ପକ୍ଷରୁ ଆହ୍ୱାନ ଦେବାସହ ଏହି ସେବାକାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ଅନ୍ୟମାନଙ୍କୁ ଉତ୍ସାହିତ କରିଥିଲେ ।