ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମୋଡ୍ରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୬ଡି ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ପଞ୍ଚାୟତିରାଜ , ଅର୍ଥ , ଖାଉଟି କଲ୍ୟାଣ,ରାଜସ୍ଵ , ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବରେ ମୋହର ଲାଗିଛି।
ଏହି ୧୬ଟି ବୃହତ ପ୍ରସ୍ତାବ ସହ ବିଧାନସଭାର ସତ୍ରାବସାନ ପ୍ରସ୍ତାବକୁ ବି ଏହି କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି।