ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ ହେବାକୁ ଯାଉଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମୋଡ୍ରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୦ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ । ପଞ୍ଚାୟତିରାଜ , ଅର୍ଥ , ରାଜସ୍ଵ , ପୂର୍ତ୍ତ ଓ ସାଧାରଣ ପ୍ରସ୍ତାବ ବିଭାଗର ପ୍ରସ୍ତାବ ଆସିବ ବୋଲି ସୂଚନା ମିଳିଛି । ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଓ ବାହାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍ଫରେନ୍ସିଂ ଜରିଆରେ କାବିନେଟ୍ ବୈଠକରେ ସାମିଲ ହେବେ ।