ସନଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ / ଭୁବନେଶ୍ବର : କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସିର ମାନ୍ୟତା। ଶ୍ରୀ ପ୍ରଧାନ ଟ୍ଵିଟ୍ କରିଛନ୍ତି ଯେ କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ଵବିଦ୍ୟାଳୟକୁ ୟୁଜିସି ଅଧ୍ଵନିୟମ ୧୯୫୬ , ଧାରା ୨ ( ଏଫ୍ ) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ ( ୟୁଜିସି ) ବିଶ୍ଵବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ୟୁଜିସି ଅଧ୍ୱନିୟମ୧୯୫୬ , ଧାରା ୧୨ ( ବି ) ଅନୁସାରେ ଏହି ବିଶ୍ବବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି । ଜାତୀୟ ଶିକ୍ଷା ନୀତି ଅନୁସାରେ କେନ୍ଦ୍ର ସରକାର ଉଚ୍ଚ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତନ ଆଣିବା ପାଇଁ ପ୍ରତିଶ୍ରୁତି ବଦ୍ଧ ବୋଲି ଶ୍ରୀ ପ୍ରଧାନ ଟ୍ଵିଟ୍ କରିଛନ୍ତି ।