ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୬ ବର୍ଷରେ ପାଦ ଥାପିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରି ଯୁବ ବିଜେଡି ପକ୍ଷରୁ ଶନିବାର ସିଂହଦ୍ବାର ସମ୍ମୁଖରେ ଦୀପଦାନ କରାଯାଇଛି। ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଦଳୀୟ ନେତୃତ୍ବ ଯୋଗଦେଇ ମହାପ୍ରଭୁଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଥିଲେ। ଏଥିସହ ଗୋପବନ୍ଧୁ ଆର୍ୟୁବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି।