ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟ ଲଘୁଚାପ ବର୍ତ୍ତମାନ ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ରରୁ ଏକ ନିମ୍ନ ଚାପରେଖା ତାମିଲନାଡୁ ଉପକୂଳ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଛି । ଏହା ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତାରେ ବାୟୁମଣ୍ଡଳ ଯାଏଁ ବ୍ୟାପିଛି । ଏହି ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଥିବା ବେଳେ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ , ସକ୍ରିୟ ନିମ୍ନ ଚାପରେଖା ପ୍ରଭାବରେ ନଭେମ୍ବର ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ଯଥା ମାଲକାନଗିରି , କୋରାପୁଟ , ରାୟଗଡା , ଗଜପତି ଏବଂ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।