ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରାରମ୍ଭ ପ୍ରଭାବ ଦେଖିବାକୁ ମିଳିଛି। ତେବେ ବର୍ତ୍ତମାନ ରାଜ୍ୟରେ ବର୍ଷାର ପରିମାଣ କମିଛି। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ୨ , ୩ ଓ ୪ ତାରିଖରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ଵର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେଦକ୍ଷିଣ ଓଡ଼ିଶାର ମାଲକାନଗିରି , କୋରାପୁଟ , ରାୟଗଡା , ଗଜପତି , ନବରଙ୍ଗପୁର , କଳାହାଣ୍ଡି , କନ୍ଧମାଳ , ଗଞ୍ଜାମ , ପୁରୀ , ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଅନ୍ୟାନ୍ୟ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।