ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର:ମମିତା ମେହେର ହତ୍ୟା ଘଟଣାରେ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସରକାରଙ୍କ ଏବଂ ଖୋଦ ମୁଖ୍ୟମନ୍ତ୍ରୀଙ୍କର ଭୂମିକାକୁ ତୀବ୍ର ନିନ୍ଦା କରାଯାଇଛି । ଅପରାଧରେ ସଂଶ୍ଳିଷ୍ଟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏ ପର୍ଯ୍ୟନ୍ତ ବରଖାସ୍ତ କରାଯାଇନାହିଁ । ଆଗାମୀ ୧୦ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଯଦି ମନ୍ତ୍ରୀମଣ୍ଡଳରୁ ଶ୍ରୀ ମିଶ୍ରଙ୍କୁ ବିଦା ନକରନ୍ତି , ତାଙ୍କ ବିରୋଧରେ ଫୌଜଦାରୀ ମକଦ୍ଦମା ଦାଏର ନକରନ୍ତି ଏହାର ପ୍ରତିବାଦରେ ଆସନ୍ତା ୧୨ରେ ଓଡ଼ିଶା ବନ୍ଦ କରିବାକୁ କଂଗ୍ରେସ ଦଳ ନିଷ୍ପତ୍ତି ନେଇଛି ବୋଲି ପିସିସି ମୁଖପାତ୍ର ରଜନୀ ମହାନ୍ତି କହିଛନ୍ତି । ନାରୀର ସମ୍ମାନ ଓ ନାରୀ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ନିଷ୍ପତ୍ତିକୁ ସମର୍ଥନ କରିବାକୁ ରାଜ୍ୟବାସୀଙ୍କୁ କଂଗ୍ରେସ ତରଫରୁ ନିବେଦନ କରାଯାଇଛି ।