ସନଷ୍ଟାର ଟିଭି ବ୍ୟୁରୋ
ବରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ଼ ଜିଲ୍ଲା ଗସ୍ତ କରିବେ । ଏହି ଗସ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କରିବା ସହିତ ଜିଲ୍ଲା ପାଇଁ ୨୯୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ସହ ବିଭିନ୍ନ ଉଦ୍ଘାଟନ ଓ ଶିଳାନ୍ୟାସ କରିବେ ବୋଲି ଜଣାପଡ଼ିଛି । କାର୍ଯ୍ୟକ୍ରମ ଅନୁଯାୟୀ , ମୁଖ୍ୟମନ୍ତ୍ରୀ ସକାଳ ୧୦.୧୫ରେ ସେ ନବୀନ ନିବାସରୁ ବାହାରି ଭୁବନେଶ୍ଵରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି । ସେଠାରୁ ୧୦.୨୫ରେ ଏୟାରକ୍ରାଫ୍ଟରେ ବସି ୧୧.୦୫ରେ ପଦ୍ମପୁର ନିକଟସ୍ଥ ସତୀଭଟା ଏୟାରଷ୍ଟ୍ରିପ୍ରେ ଅବତରଣ କରିବେ। ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସେଠାରୁ ବାହାରି ଦିନ ୧୧.୩୦ରେ ସେ ବିଜେପୁରଠାରେ ହେଲିପ୍ୟାଡ୍ରେଅବତରଣ କରିବେ। ଦିନ ୧୧.୫୯ଟାରେ ଗଣ୍ଡପାଲି ନିକଟସ୍ଥ ପଡ଼ିଆରେ ପହଞ୍ଚି କାର୍ଯ୍ୟକ୍ରମରେ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୨ଜଣ ଅତିରିକ୍ତ ଏସ୍ପି , ୧୦ ଜଣ ଡିଏସ୍ପି , ୩୦ ଜଣ ଏସ୍ଆଇ , ୪୦ ଜଣ ଏସ୍ଆଇ ଏବଂ ୨୦ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିବେ । ଯଦିଓ ମୁଖ୍ୟମନ୍ତ୍ରୀ କେବଳ ବିଜେପୁରରୁ ଗଣ୍ଡପାଲି ଯାଏ କାର୍ରେ ଯିବେ , ତେଣୁ ଏହି ରାସ୍ତା ଉପରେ ସୁରକ୍ଷା ବଢ଼ାଇ ଦିଆଯାଇଛି । ୨୫ ମିନିଟ୍ର ରହଣି କାଳରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ଏହାବାଦ୍ ଜିଲ୍ଲାବାସୀଙ୍କୁ ୨୯୫ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ । ୧୭୯.୬୬ କୋଟି ଟଙ୍କାର ୪୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୧୧୫.୪୩ କୋଟି ଟଙ୍କାରେ ନିର୍ମିତ ୧୦୮ଟି ପ୍ରକଳ୍ପର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।