ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର : + ୨ ସ୍ଵତନ୍ତ୍ର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇବ । ପୂର୍ବାହ୍ନ ୧୧ଟାରେ ସ୍ବତନ୍ତ୍ର ଅଫଲାଇନ୍ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷା ଫଳ www.orissaresults.nic.in ରେ ଜାଣି ପାରିବେ । ଉଲ୍ଲେଖଯୋଗ୍ୟ , ଚଳିତବର୍ଷ କରୋନା ଯୋଗୁଁ ଯୁକ୍ତ ଦୁଇରେ ବିକଳ୍ପ ମୂଲ୍ୟାୟନ କରାଯାଇଥିଲା । ମାତ୍ର ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟହୋଇ ୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ + ୨ ସ୍ବତନ୍ତ୍ର ପରୀକ୍ଷା ପାଇଁ ପଞ୍ଜୀକରଣ କରିଥିଲେ । ଅଫଲାଇନ୍ ପରୀକ୍ଷା ଦେଇଥିବା ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ସଂଖ୍ୟା ଅଧାରୁ ଅଧ୍ୟକ ରହିଛି ।