ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବା ସହ ପରବର୍ତ୍ତୀ ୪୮ଘଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ଏହାର ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ , ତାହା ପରେ ସ୍ପଷ୍ଟ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ର ପାଣିପାଗ କହିଛି , ବର୍ତ୍ତମାନ ରାଜ୍ୟରେ ବର୍ଷାର ବିଶେଷ ସମ୍ଭାବନା ନାହିଁ । ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟରେ ଏବେ କିଛି କିଛି ସ୍ଥାନରେ କୁହୁଡ଼ି ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଏଥିସହ ଜଗତ୍ସିଂହପୁର , ଖୋର୍ଧାପୁରୀ , ନୟାଗଡ଼ , କଳାହାଣ୍ଡି , କୋରାପୁଟ ଓ ସୋନପୁର ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ଦେଖିବାକୁ ମିଳିଛି । ତେବେ ଆସନ୍ତା ୨ଦିନରେ ରାଜ୍ୟର ରାତ୍ରି ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି କେନ୍ଦ୍ର କହିଛି । ଏହାପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖା ଦେବ ନାହିଁ ।