ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର:ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ବିଜେପି । ମହିଳା ସୁରକ୍ଷା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିଜେପିର ଚିଠି ଲେଖା ଅଭିଯାନ । ପ୍ରାୟ ୮ହଜାର ୫୬୭ ଡାକଘରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଛି ବିଜେପି । ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଭୁବନେଶ୍ୱର ରେଳ ଡାକ ସେବା କାର୍ଯ୍ୟାଳୟରେ ଚିଠି ଲେଖି ପକାଇଲେ ବିଜେପି ନେତା । ମହିଳା ସୁରକ୍ଷା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୋମୁହାଁ ଆଭିମୁଖ୍ୟ ସମ୍ପର୍କରେ ଅବଗତ କରିବା ପାଇଁ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଚିଠି ପଠାଯାଇଛି । ରାଜ୍ୟରେ ନାରୀ ମାନେ ସୁରକ୍ଷିତ ନାହାଁନ୍ତି ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ବିଜେପି।ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ବିଜେପି ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ବିଜେପି ମୁଖପାତ୍ର ଦିଲ୍ଲୀପ ମଲ୍ଲିକ ଏବଂ ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ ପ୍ରମୁଖ ଉପସ୍ଥିତ ରହି ଚିଠି ପୋଷ୍ଟ କରିଛନ୍ତି ।(ରିର୍ପୋଟ:ଆଶିଷ କୁମାର ରାଉତ)