ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ଵର : ରାଜ୍ୟରେ ରାତ୍ରୀ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ସେଥିପାଇଁ ଉକ୍ତ ଅଞ୍ଚଳରେ ଶୀତର ପ୍ରକୋପ ଅନୁଭୂତ ହେଉଛି । ଏଥ୍ସହିତ ଉଦୟଗିରି, ଦାରିଙ୍ଗବାଡିରେ ଏବଂ ଟିଟିଲାଗଡରେ ସର୍ବନିମ୍ନ ତାପମାତ୍ରା ରହିଛି । ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ସ୍ଵାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ । ଫଳରେ ଶୀତ ପ୍ରକୋପ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୁଧବାର ସକାଳେ ସୋନପୁର ଜିଲାର ପ୍ରାୟ ଅଞ୍ଚଳରେ ଘନ କୁହୁଡି ଦୃଶ୍ୟମାନ ହୋଇଛି । ଅନୁଗୋଳ , ମାଲକାନଗିରି ଏବଂ ପାରଳାଖେମୁଣ୍ଡିର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ କୁହୁଡି ଦେଖାଦେଇଥିଲା । ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ଉଷ୍ଣ ଜଳୀୟବାଷ୍ପ ପ୍ରବାହ ଜାରି ରହିଛି । ଯାହାଫଳରେ ଆକାଶ ନିର୍ମଳ ରହିବା କାରଣରୁ ଘନ କୁହୁଡି ର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ଅଞ୍ଚଳ ଏବଂ ଉପକୂଳବର୍ତ୍ତୀ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହେବ। ସୋନପୁର , ବୌଦ୍ଧ , ନୟାଗଡ , କନ୍ଧମାଳ , ବଲାଙ୍ଗୀର , କଳାହାଣ୍ଡି , ରାୟଗଡା , ନବରଙ୍ଗପୁର , ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହୋଇପାରେ । ଉପରୋକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଭାବେ ଶୁଖୁଲା ରହିବ । ୧୦ ତାରିଖ ବେଳକୁ ପଶ୍ଚିମା ଝଡ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ଦ୍ଵାରା ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।