ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର : ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ୨୦ଜିଲ୍ଲାରେ ମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବେ । ଅନ୍ୟ ୧୨ ସ୍ଥାନରେ ତିନି ରାଜସ୍ବ ଆୟୁକ୍ତ ଏବଂ ୯ ଜଣ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବା କାର୍ଯ୍ୟକ୍ରମ ରହିଛି । ଏହାକୁ ନେଇ ଏକ ସୂଚୀ ପ୍ରକାଶ ପାଇଛି। ଭୁବନେଶ୍ବରରେ ହେବାକୁ ଥିବା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ । ସମ୍ବଲପୁରରେ ଆୟୋଜିତ ଜିଲାସ୍ତରୀୟ ପତାକା ଉତ୍ତୋଳନ ସମାରୋହରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଜାତୀୟ ପତାକା ଉତ୍ତୋଳନ କରିବେ । ସେହିପରି କଟକରେ ପରିବେଶ ଓ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ , ନୟାଗଡ଼ରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ , ମୟୂରଭଞ୍ଜରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ , ବରଗଡ଼ରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା , ଅନୁଗୋଳରେ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ପ୍ରତାପ ଜେନା ଓ ସୁବର୍ଣ୍ଣପୁରରେ କୃଷି ମନ୍ତ୍ରୀ ଅରୁଣ ସାହୁ ପତାକା ଉତ୍ତୋଳନ କରିବେ । ସେହିପରି କେନ୍ଦୁଝରରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି , ସୁନ୍ଦରଗଡ଼ରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ , ନୂଆପଡ଼ାରେ ସ୍ଵାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ , ଗଞ୍ଜାମରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ , ମାଲକାନଗିରିରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା , ରାୟଗଡ଼ାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର , ବାଲେଶ୍ବରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା , କେନ୍ଦ୍ରାପଡ଼ାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ , ଜଗତସିଂହପୁରରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ , କନ୍ଧମାଳରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ , ପୁରୀରେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ , ନବରଙ୍ଗପୁରରେ ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀପଦ୍ମିନୀ ଦିଆନ ଓ କୋରାପୁଟରେ କ୍ରୀଡ଼ା ଏବଂ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଜାତୀୟ ପତାକା ଉତ୍ତୋଳନ କରିବେ । ଏହାବାଦ୍ ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ରାଉରକେଲାରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଓ ଖୋର୍ଦ୍ଧାରେ କେନ୍ଦ୍ରୀୟ ରାଜସ୍ବ ଆୟୁକ୍ତ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥିଭାବେ ଯୋଗଦେବେ । ମାତ୍ର ବଲାଙ୍ଗୀର , ଭଦ୍ରକ , ବୌଦ୍ଧ , ଦେବଗଡ଼ , ଢେଙ୍କାନାଳ , ଗଜପତି , ଯାଜପୁର , ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲାରେ ଜିଲ୍ଲାପାଳମାନେ ହିଁ ପତାକା ଉତ୍ତୋଳନ କରିବେ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆଚରଣ ବିଧୂ ଯୋଗୁଁ ସାଧାରଣତନ୍ତ୍ର ଦିବସରେ ନିଜସ୍ବ ଜିଲ୍ଲାରେ ମନ୍ତ୍ରୀମାନେ ପତାକା ଉତ୍ତୋଳନ କରିପାରିବେ ନାହିଁ ବୋଲି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିକଟରେ ନିର୍ଦ୍ଦେଶନାମା ଜାରି ହୋଇଥିଲା । ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ଅତିଥିଙ୍କ ତାଲିକା ଜାରି ହୋଇଛି । ଏହି ସମୟରେ ଅତିଥିମାନେ ତାଙ୍କ ଭାଷଣ କେବଳ ରାଷ୍ଟ୍ର , ସ୍ବାଧୀନତା ସଂଗ୍ରାମୀ , ସହିଦ ଏବଂ ରାଷ୍ଟ୍ରର ଜୟଗାନ ମଧ୍ୟରେ ସୀମିତ ରଖିବେ ।