ସନଷ୍ଟାର ଟିଭି ବ୍ୟୁରୋ
ପୁରୀ: ଆଜି ପବିତ୍ର ଶ୍ରୀପଞ୍ଚମୀ ତିଥି ଅବସରରେ ଆଗାମୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥ କାଠକୁ ପୂଜାର୍ଚନା କରାଯିବ। ଏଥିପାଇଁ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ କରାଯିବ । ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ସ୍ୱତନ୍ତ୍ର ପୂଜା ମା’ ସରସ୍ବତୀଙ୍କ ନିକଟରେ କରାଯିବା। ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣ ମାନେ ବନ୍ଦାପନା ସହିତ ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ତେବେ ଆସନ୍ତା ରାମନବମୀ ତିଥିରେ ଅନୁକୂଳ କରାଯାଇ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବ। (ରିର୍ପୋଟ:ଶଙ୍କର ସରକାର)