ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର:ପୁଣି ବିଦା ହେଲେ ୫ ଅଫିସର। ଦୁର୍ନୀତିଗ୍ରସ୍ତ ପାଇଁ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାମଧ୍ୟରେ ପୋଲିସ ଡିଏସପି,ଓଏଏସ ଅଫିସର, ପୋଲିସ ଇନ୍ସପେକ୍ଟର ଓ ୨ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ ଅଫିସର ପ୍ରମୁଖ ଅନ୍ତର୍ଭୁକ୍ତ। ତେବେ ବାଧ୍ୟତାମୂଳକ ଅବସରପାଇଥିବା ମଧ୍ୟରୁ କଳାହାଣ୍ଡି ଜିଲ୍ଲା ମହିଳାବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ ଡିଏସପି ଭାବରେ ନିଯୁକ୍ତି ଓଡିଶା ପୋଲିସ ସେବା ଅଧିକାରୀ ରବୀନ୍ଦ୍ର କୁମାର ସେଠୀ, ସୁନ୍ଦରଗଡ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ ଅଧିକାରୀ ସୁଶୀଲ କୁମାର କୁଜୁର, ଢ଼େଙ୍କାନାଳ ସଦର ବ୍ଲକରେ ବିଡିଓ ଥିବା ବେଳେ ସେ ମନରେଗା ପାଣ୍ଠି ଆତ୍ମସାତ କରିଥିବା ଅଭିଯୋଗରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନସପେକ୍ଟର ବିନୋଦ ବିହାରୀ ନାୟକଙ୍କ ବିରୁଦ୍ଧରେ ଦୁର୍ନିତୀ ଅଭିଯୋଗ ହୋଇଛି। ସେହିପରି ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସିପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ତାପସ ରଞ୍ଜନ ଜେନାଙ୍କୁ ତାଙ୍କ ଦାଇତ୍ବରେ ଅବହେଳା ପାଇଁ ବାଧ୍ୟତାମୂଳକ ଅବସର ଦିଆଯାଇଛି।ଏହାସହ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ବିଜୟକୃଷ୍ଣ ନାୟକଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।