ସନଷ୍ଟାର ଟିଭି ବ୍ୟୁରୋ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ବିଜେଡି ଦମଦାର ପ୍ରଦର୍ଶନ କରିଥିବା ବେଳେ ବର୍ତ୍ତମାନ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି। କିନ୍ତୁ ସେପଟେ ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଛେଣ୍ଡିପଦା ସମିତିର ଅଧ୍ୟକ୍ଷଙ୍କୁ ବିଜୁ ଜନତା ଦଳରୁ ନିଲମ୍ବିତ କରାଯାଇଛି। ତାଙ୍କର ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ଦଳରୁ ନିଷ୍କାସନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏନେଇ ସୂଚନା ଦେଇଛନ୍ତି ବିଜେଡି ର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ।