ସନଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ୱର: ଚଳିତବର୍ଷ କିସ୍ରୁ ମାଟ୍ରିକ୍ ପରୀକ୍ଷାରେ ରେକର୍ଡ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ଵାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଚଳିତମାସ ୨୯ ତାରିଖରୁ ଆରମ୍ଭ ହେଉଥିବା ବେଳେ ଏଥିରେ କିସ୍ର ୨୨୨୦ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ପରୀକ୍ଷା ଅବ୍ୟବହିତ ପୂର୍ବରୁ ମଙ୍ଗଳବାର କିସ୍ ପରିସରରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତ ପରୀକ୍ଷାର୍ଥୀଙ୍କ ଶୁଭ କାମନା କରିବା ସହ ସେମାନଙ୍କ ମନୋବଳ ବୃଦ୍ଧି କରିଛନ୍ତି । ଏହି ଅବସରରେ ସେ ପିଲାଙ୍କୁ କଲମ ବଣ୍ଟନ କରିଥିଲେ । ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିବେ ବୋଲି ଶ୍ରୀ ସାମନ୍ତ ଆଶା ପୋଷଣ କରିଛନ୍ତି । ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଚଳିତ ମାସ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ଏଥିରେ କିସ୍ର ୧୨୦୩ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କଳାରେ ୪୪୦ ଜଣ ପରୀକ୍ଷା ଦେଉଥିବା ବେଳେ ବାଣିଜ୍ୟରେ ୩୩୨ ଏବଂ ବିଜ୍ଞାନରେ ଯଥାକ୍ରମେ ୪୩୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଶ୍ରୀ ସାମନ୍ତ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ କଲମ ବଣ୍ଟନ କରିବା ସହ ସେମାନଙ୍କ ସଫଳତା କାମନା କରିଥିଲେ ।